-
ମୋଦୀ ସରକାର ଦୀପାବଳୀ ଅବସରରେ କେନ୍ଦ୍ରୀୟ କର୍ମଚାରୀମାନଙ୍କୁ ବଡ଼ ଉପହାର ଦେଇଛନ୍ତି। ସରକାର ମଙ୍ଗଳବାର (୧୭ ଅକ୍ଟୋବର) ଦୀପାବଳୀ ବୋନସ ଦେବାକୁ ଘୋଷଣା କରିଛନ୍ତି। ଏହାରି ମାଧ୍ୟମରେ ଗ୍ରୁପ -ବି ଏବଂ ଗ୍ରୁପ -ସି ବର୍ଗର କର୍ମଚାରୀଙ୍କୁ ୩୦ ଦିନର ଅତିରିକ୍ତ ଦରମା ମିଳିବ।
-
ରିଉଟର୍ସ ରିପୋର୍ଟ ଅନୁଯାୟୀ ଦିଲ୍ଲୀରେ ମଙ୍ଗଳବାର ୧୭ ଅକ୍ଟୋବରକୁ ଗହମର ଦାମ୍ ୧.୬ ପ୍ରତିଶତ ବୃଦ୍ଧି ପାଇଁ ୨୭,୩୯୦ ଟଙ୍କା ପ୍ରତି ମେଟ୍ରିକ ଟନରେ ପହଞ୍ଚିଛି, ଯାହା ୧୦ ଫେବୃଆରୀ ୨୦୨୩ ପରେ ସବୁଠୁ ମହଙ୍ଗା ଅଟେ।
-
ଓଡ଼ିଶାର ଜାଭେଲିନ୍ ତାରକା କିଶୋର କୁମାର ଜେନାଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ପ୍ରଦାନ କରିବା ସହ ସମ୍ବର୍ଦ୍ଧିତ କରିଛନ୍ତି। କିଶୋର ସେଠାରେ ବ୍ୟକ୍ତିଗତ ଶ୍ରେଷ୍ଠ ୮୭.୫୪ ମିଟର ହାସଲ କରି ରୌପ୍ୟ ପଦକ ହାସଲ କରିଥିଲେ।
-
ହମାସ୍ ଆତଙ୍କବାଦୀଙ୍କୁ ନିର୍ମୂଳ କରିବା ଲକ୍ଷ୍ୟରେ ଇସ୍ରାଏଲୀ ସେନା ଗାଜା ଅଞ୍ଚଳରେ ଆକ୍ରମଣ ଆହୁରି ତୀବ୍ର କରିଛି। ଏପରିକି ସୁଡ଼ଙ୍ଗ ମଧ୍ୟରେ ଆତ୍ମଗୋପନ କରିଥିବା ଆତଙ୍କବାଦୀଙ୍କୁ ମଧ୍ୟ ନିସ୍ତାର ମିଳିନାହିଁ। ପ୍ରାୟ ୧୦ ହଜାରରୁ ଅଧିକ ସୈନିକ ହମାସ୍ ସୁଡ଼ଙ୍ଗ ମଧ୍ୟରେ ପଶି ହମାସ୍ ଆତଙ୍କବାଦୀଙ୍କୁ ନିପାତରେ ଲାଗିଛନ୍ତି ବୋଲି ସୂଚନା ମିଳିଛି।
-
ଚନ୍ଦ୍ରଯାନ-୩ର ସଫଳତା ପରେ ଭାରତୀୟ ବୈଜ୍ଞାନିକମାନଙ୍କ ମଧ୍ୟରେ ମହାକାଶ ପ୍ରତି ଉତ୍ସାହ ଅଧିକ ରହିଛି। ଚନ୍ଦ୍ରଯାନ-୩ ମିଶନ ପରେ ଆଦିତ୍ୟ L1 ର ସଫଳତା ସମଗ୍ର ବିଶ୍ୱକୁ ଚକିତ କରିଛି। ମହାକାଶରେ ଏକ ଦୃଢ ଉପସ୍ଥିତି ବଜାୟ ରଖିବା ପାଇଁ ଭାରତ ଏହିପରି ମିଶନ ଜାରି ରଖିବ। ଏହି କ୍ରମରେ ଏବେ ଗଗନଯାନ ମିଶନରେ ଜୁଟିଯାଇଛନ୍ତି ଇସ୍ରୋ ବୈଜ୍ଞାନିକ ।
-
ଦିଲ୍ଲୀର ବିଜ୍ଞାନ ଭବନରେ ୬୯ତମ ଜାତୀୟ ଚଳଚିତ୍ର ପୁରଷ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଛି । ପୁଷ୍ପା ଚଳଚିତ୍ର ପାଇଁ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ , ‘ପୁଷ୍ପା ଦି ରାଇଜ୍ ‘ ଦର୍ଶକଙ୍କୁ ଆକର୍ଷିତ କରିଥିଲା । କ୍ରୀତି ସନନ ଏବଂ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ସମ୍ମାନୀତ କରାଯାଇଛି ।
-
ଚଳଚିତ୍ର ମିମି ପାଇଁ କ୍ରୀତି ସାନନ ଏବଂ ଗଙ୍ଗୁବାଇ କାଠିଆୱାଡି ଫିଲ୍ମ ପାଇଁ ଆଲିଆଙ୍କୁ ପୁରସ୍କୃତ କରାଯାଇଛି । ସେହିପରି ଓ୍ବାହିଦା ରେହମାନ୍ ପାଇଲେ ଦାଦା ସାହେବ୍ ଫାଲକେ ପୁରସ୍କାର । ଭାରତୀୟ ଚଳଚିତ୍ର ଜଗତର ସର୍ବଶ୍ରେଷ୍ଠ ପୁରସ୍କାର ହେଉଛି ଫାଲକେ ଆଓ୍ବାର୍ଡ ।
-
ଜାତୀୟ ସଂହତି ପାଇଁ ବେଷ୍ଟ ଫିଚର୍ ଫିଲ୍ମ ଭାବେ ‘ଦି କଶ୍ମୀର ଫାଇଲ୍ସ’କୁ ଜାତୀୟ ପୁରସ୍କାର ପ୍ରଦାନ କରାଯାଇଛି।
-
‘ପ୍ରତୀକ୍ଷା’କୁ ଶ୍ରେଷ୍ଠ ଓଡ଼ିଆ ସିନେମା ଭାବେ ଜାତୀୟ ପୁରସ୍କାର ମିଳିଛି। ଏହି ଫିଲ୍ମର ପ୍ରଯୋଜନା ଅମୀୟ ପଟ୍ଟନାୟକ କରିଥିବା ବେଳେ ନିର୍ଦ୍ଦେଶକ ଥିଲେ ଅନୁପମ ପଟ୍ଟନାୟକ। ଫିଲ୍ମଟି ରିଲିଜ ହେବା ପରେ ବେଶ ସଫଳତା ସାଉଁଟି ଥିଲା।
-
ଆଇଏମ୍ଡି ପକ୍ଷରୁ ମଙ୍ଗଳବାର ସୂଚନା ମିଳିଛି। ୨୦ ତାରିଖ ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଲଘୁଚାପ ସୃଷ୍ଟି ସମ୍ଭାବନା ପରେ ଏ ବର୍ଷ ପୂଜାକୁ ଲଘୁଚାପ ଭସାଇବା ନେଇ ଆଶଙ୍କା ବଢିଛି। ୨୦ ତାରିଖରେ ମହାଷଷ୍ଠୀ,୨୪ରେ ଦଶହରା ଓ ୨୫ରେ ଭସାଣ। ଲଘୁଚାପ ସମ୍ଭାବନା ପରେ ପୂଜା ଭିଜା ଭିଜା ନେଇ ଆଶଙ୍କା ବଢିଯାଇଛି।
-
ତାମିଲନାଡୁର ଭିରୁଧୁନଗର ଜିଲାର ଶିବକାଶୀ ନିକଟରେ ଥିବା ଏକ ବାଣ କାରଖାନାରେ ବିସ୍ଫୋରଣ ଘଟିଛି। ବିସ୍ଫୋରଣରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି।
-
ଅକ୍ଟୋବର ୨୯ରୁ ଆରମ୍ଭ ହେବ ଭୁବନେଶ୍ୱରରୁ ଗୌହାଟୀ ଡାଇରେକ୍ଟ ଫ୍ଳାଇଟ୍ । ସପ୍ତାହକୁ ସାତଦିନ ଇଣ୍ଡିଗୋ ଯୋଗାଇବ ବିମାନ ସେବା । ଦେଢ ଘଣ୍ଟାରେ ଭୁବନେଶ୍ୱରରୁ ଗୌହାଟୀ ପହଞ୍ଚିବେ ଯାତ୍ରୀ । ଆଗକୁ ଜମ୍ମୁ, ଚଣ୍ଡିଗଡ ଏବଂ ସୁରଟକୁ ସିଧାସଳଖ ଉଡିପାରେ ବିମାନ ।
-
ସମଲିଙ୍ଗୀ ବିବାହର ଆଇନଗତ ବୈଧତା ସମ୍ପର୍କରେ ରାୟ ଦେଇଛନ୍ତି ସୁପ୍ରିମକୋର୍ଟ । ଏହି ଐତିହାସିକ ରାୟ ୫ ଜଣିଆ ଖଣ୍ଡପୀଠ ଶୁଣାଇଛନ୍ତି। ପ୍ରଧାନ ବିଚାରପତି ଜଷ୍ଟିସ୍ ଡି.ଓ୍ବାଇ.ଚନ୍ଦ୍ରଚୁଡ଼ କହିଛନ୍ତି ଯେ, କୋର୍ଟ ଆଇନ ତିଆରି କରିପାରିବେ ନାହିଁ । ଏହା କେବଳ ଏହାର ବ୍ୟାଖ୍ୟା ଏବଂ କାର୍ଯ୍ୟକାରୀ କରିପାରିବ। ସ୍ୱତନ୍ତ୍ର ବିବାହ ଆଇନର ବ୍ୟବସ୍ଥାରେ ପରିବର୍ତ୍ତନର ଆବଶ୍ୟକତା ଅଛି କି ନାହିଁ ତାହା ସ୍ଥିର କରିବା ସଂସଦର କାର୍ଯ୍ୟ।
-
ଭୁବନେଶ୍ୱରକୁ ଭିକାରୀମୁକ୍ତ କରିବାକୁ ବିଏମସିର ଜୋରଦାର ପ୍ରୟାସ । ମନ୍ଦିର ବାହାରେ କିମ୍ବା ରାସ୍ତାରେ ଭିକାରି ଦେଖିଲେ ଉଠାଇନେବ ବିଏମସି ସ୍କ୍ୱାର୍ଡ । ଭିକାରୀ ମୁକ୍ତ ଭୁବନେଶ୍ବର ପାଇଁ ବିଏମସି କମିଶନରଙ୍କ ଅଧ୍ୟକ୍ଷତାରେ ସ୍ବତନ୍ତ୍ର ବୈଠକ ଅନୁଷ୍ଠିତ ହୋଇଯାଇଛି ।
-
ଏକଦା ଦେଶ ତଥା ବିଦେଶରେ ‘ଭୋକର ଭୂଗୋଳ’ ଓ ‘ଅନାହାର ପର୍ଯ୍ୟଟନ ଭୂମି’ କୁହାଯାଉଥିବା ଓଡ଼ିଶା ଏବେ ଦେଶ ପାଇଁ ପାଲଟିଛି ଖାଦ୍ୟ ଭଣ୍ଡାର।ପରିଣତିସ୍ୱରୂପ ରାଜ୍ୟରେ ଗତ ୫ ବର୍ଷ ମଧ୍ୟରେ ଦାରିଦ୍ର୍ୟ ହାର ୧୪% ହ୍ରାସ ପାଇଛି।
-
ଭୀମସାରରେ ହୃଦ୍ରୋଗ ଚିକିତ୍ସା ପାଇଁ ଷ୍ଟେମି ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାଦ୍ବାରା ହୃଦ୍ରୋଗୀଙ୍କୁ ଉତ୍ତମ ଚିକିତ୍ସା ମିଳିବା ସହ ହୃଦ୍ରୋଗରେ ମୃତ୍ୟୁହାର ସଂଖ୍ୟା ହ୍ରାସ ପାଇବ ବୋଲି ଭୀମସାର ଅଧୀକ୍ଷକ ଡାକ୍ତର ଲାଲମୋହନ ନାଏକ କହିଛନ୍ତି।
-
ମାସ୍ ଆକ୍ରମଣରେ ଇସ୍ରାଏଲରେ ୧୪୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଯାଇଛି।ଅଧ୍ୟୟନରୁ ଜଣାପଡ଼ିଛି ଯେ ହମାସ୍ ଆତଙ୍କବାଦୀମାନେ ବ୍ୟକ୍ତିଙ୍କୁ ବାନ୍ଧି ସେମାନଙ୍କୁ ଜିଅନ୍ତା ଜାଳି ଦେଇଛନ୍ତି। ସେହିପରି ଆହୁରି ଅନେକଙ୍କ ହାତ ବାନ୍ଧି ବ୍ଲେଡ୍ରେ କାଟି ଦେଇଥିବା ଜଣାପଡ଼ିଛି। ମହିଳାଙ୍କୁ ଦୁଷ୍କର୍ମ କରାଯାଇଛି ଏବଂ ନିର୍ମମ ନିର୍ଯାତନା ଦିଆଯାଇଛି।
-
ଆପ୍ ସାଂସଦ ରାଘବ ଚଢ଼ାଙ୍କୁ ଦିଲ୍ଲୀ ହାଇକୋର୍ଟ ଆଶ୍ବସ୍ତି ପ୍ରଦାନ କରିଛନ୍ତି। ରାଘବ ଚଢ଼ା ତାଙ୍କ ଟାଇପ୍-୭ ସରକାରୀ ବଙ୍ଗଳାରେ ରହିପାରିବେ। ରାଘବଙ୍କ ବଙ୍ଗଳା ଖାଲି କରିବା ସଂକ୍ରାନ୍ତ ରାଜ୍ୟସଭା ସଚିବାଳୟ ନିଷ୍ପତ୍ତି ଉପରେ ପୂର୍ବରୁ ଗତ ଟ୍ରାଏଲ କୋର୍ଟ ରୋକ୍ ଲଗାଇଥିଲେ। ଏହି ରାୟ ବଳବତ୍ତର ରହିବ ବୋଲି ଦିଲ୍ଲୀ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
-
କଂଗ୍ରେସ ନେତା ରାହୁଲ ଗାନ୍ଧି ଆଜି ବମ୍ବେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ତାଙ୍କ ବିରୋଧରେ ଥିବା ଏକ ମାନହାନି ମାମଲା ରଦ୍ଦ କରିବାପାଇଁ ମୁମ୍ବାଇର ବୋରିଭଲି କୋର୍ଟ ମନା କରିଦେବା ପରେ ସେ ଏହାକୁ ଚ୍ୟାଲେଂଜ କରି ବମ୍ବେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି।
-
ପାଲେଷ୍ଟାଇନ ଚରମପନ୍ଥୀ ସଂଗଠନ ହମାସ ବିରୋଧରେ ଇସ୍ରାଏଲ ଚଳାଇଥିବା ଯୁଦ୍ଧରେ ଏକ ବଡ଼ ସଫଳତା ମିଳିଛି । ଇସ୍ରାଏଲ ବାୟୁ ସେନାର ଆକ୍ରମଣରେ ହମାସର ସେଣ୍ଟ୍ରାଲ ବ୍ରିଗେଡର ମୁଖ୍ୟ ଆୟମାନ ନୋଫେଲ ନିହତ ହୋଇଛି ।